ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ଲଗାତାର ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି। ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨୦,୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୨୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯,୫୮୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।
ଏଥିସହିତ ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୫ ହଜାର ୨୭୮କୁ ବୃଦ୍ଧି ପାଇଛି। ସେହିପରି ୨ ଲକ୍ଷ ୨୮ ହଜାର ୮୩ ଜଣ ରୋଗୀ ଚିକିତ୍ସାଧୀନ ଥିବା ବେଳେ ୧ କୋଟି ୧୬ ହଜାର ୮୫୯ ଜଣ ସୁସ୍ଥ ହୋଇସାରିଲେଣି। ଅନ୍ୟପଟେ ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୩୩୬ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।