କରୋନାରେ ଆଖି ବୁଜିଲେ ଆଉ ୨୧

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୩୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୩, ଭୁବନେଶ୍ୱର, କୋରାପୁଟ, ମୟୁରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ, ନୟାଗଡ଼, ବଲାଙ୍ଗିର, ବରଗଡ଼, କଟକ, କନ୍ଧମାଳ, କେଉଁଝର, ନୂଆପଡ଼ା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।