ରାଜ୍ୟରେ ୨୧ କରୋନା ରୋଗୀ ମୃତ, ସଂଖ୍ୟା ୨,୧୬୧କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି କରୋନା ଯୋଗୁ ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୧୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା ରୋଗୀଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୪, ସୁନ୍ଦରଗଡ଼, ଅନୁଗୁଳ, କଟକ ଓ ଭଦ୍ରକରୁ ୨ ଲେଖାଏଁ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂପୁର, ଯାଜପୁର, କେଉଁଝର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ମୃତକ କରୋନା ବ୍ୟତୀତ ମଧୁମେହ, ଉଚ୍ଚ ରକ୍ତଚାପ ଓ କିଡନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ।