ବଲାଙ୍ଗିରରୁ ଆଉ୨୧ କରୋନା ପଜିଟିଭ ଚିହ୍ନଟ : ସଂଖ୍ୟା ୩୫୩କୁ ବୃଦ୍ଧି

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲାରେ ୨୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ଜଣ ବଲାଙ୍ଗିର ସହରର ହୋଇଥିବାବେଳେ ପାଟଣାଗଡ଼ ବ୍ଲକ, ଟିଟିଲାଗଡ଼ ସହରାଞ୍ଚଳ ଓ ବଲାଙ୍ଗିର ବ୍ଲକର ଜଣେ ଲେଖାଏଁ ରହିଛନ୍ତି। ଏମାନଙ୍କ ମଧ୍ୟରେ ୧୬ଜଣ ପୁରୁଷ ଓ ୫ଜଣ ମହିଳା ରହିଥିବା ଜଣାପଡ଼ିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୯ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଥିବାବେଳେ ଜଣେ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ରିପୋର୍ଟ ପଜିଟିଭ ଆସିଛି। ଆଉ ଅନ୍ୟଜଣେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।