ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କର୍ମିରା ବ୍ଲକ ଅଞ୍ଚଳରୁ ୫ଜଣ, ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩ଜଣ, ବେଲପାହାଡ଼ ଓ ବ୍ରଜରାଜନଗର ପୌରାଞ୍ଚଳରୁ ୪ଜଣ ଲେଖାଏଁ, ଝାରସୁଗୁଡ଼ା ବ୍ଲକରୁ ଜଣେ, ଲଖନପୁର ଓ ଲଇକେରା ବ୍ଲକରୁ ୨ଜଣ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୯୩୦କୁ ବୃଦ୍ଧି ପାଇଥିବାବେଳେ ୬,୭୫୬ଜଣ ସୁସ୍ଥ ହୋଇଛନ୍ତି ଓ ୧୫୫ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୯ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।