ରାଜଧାନୀରେ ଚିହ୍ନଟ ହେଲେ ଆଉ୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖା ୩୧୬୩୪ରେ ପହଞ୍ଚିଛି। ଏଥିମଧ୍ୟରୁ ୩୧୧୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୪୦ଜଣହ୍କର ମୃତ୍ୟୁ ହୋଇଛି। ୨୪୪ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୭ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷ୍ୟରେ ଆଜି ଭୁବନେଶ୍ୱରରୁ ମୋଟ ୩୯ ଜଣ ସୁସ୍ଥ ହୋଇ ଫେରିଛନ୍ତି।