ରାଜ୍ୟରେ ଆଉ ୨୨ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮,୮୮୪କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧୀରେ ହ୍ରାସ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ୧୧୪୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮,୮୮୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାବ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୮ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ସୁନ୍ଦରଗଡରୁ ୪, ଗଞ୍ଜାମରୁ ୩ ଜଣ ରହିଛନ୍ତି। ଏହାସହିତ ନବରଙ୍ଗପୁର, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି।

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୭୭,୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨,୩୩୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨,୫୫,୯୯୫ଜଣ ସୁସ୍ଥ ହୋଇଛନ୍ତି।