ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୬ଜଣ, ବ୍ରଜରାଜନଗର ପୌରାଞ୍ଚଳରୁ ୩ଜଣ, ଝାରସୁଗୁଡ଼ା ଓ ଲଖନପୁର ବ୍ଲକରୁ ୪ଜଣ ଲେଖାଏଁ, ଲଇକେରା, କୋଲାବିରା ଓ କର୍ମିରା ବ୍ଲକ ଅଞ୍ଚଳରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ୨ଜଣ ଅନ୍ୟ ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୯୦୯ରେ ପହଞ୍ଚିଥିବାବେଳେ ୬,୬୭୦ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୦ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୯ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।