୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୨୨୧୫ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୪୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ ଜଣ, ବାଲେଶ୍ୱରରୁ ୧୫୦, ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୧୬, କଟକରୁ ୩୪୮, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୪, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦ୍ରାପଡ଼ାରୁ ୯୫, କେନ୍ଦୁଝରରୁ ୪୨, ଖୋର୍ଦ୍ଧାରୁ ୪୮୩, କୋରାପୁଟରୁ ୧୦, ମାଲକାନାଗିରିରୁ ୨୫, ମୟୂରଭଞ୍ଜରୁ ୯୯, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୬୯, ନୂଆପଡ଼ାରୁ ୫, ପୁରୀରୁ ୮୪, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୪୧, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୧୦୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୫୪ ହଜାର ୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୨୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୭ ହଜାର ୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।