ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ସଂକ୍ରମଣର ଗ୍ରାଫ୍ ହ୍ରାସ ପାଇଥିବାବେଳେ କିଛି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୨୨,୨୭୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ୨୫୧ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଜାରି କରାଯାଇଛି।
ନୂତନ ମାମଲା ଚିହ୍ନଟ ପରେ ଦେଶରେ ମୋଟ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୬୯ ହଜାର ୧୧୮କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ଦେଶରେ ୯୭ ଲକ୍ଷ ୪୦ ହଜାର ୧୦୮ ଜଣ ଲୋକ କରୋନାମୁକ୍ତ ହୋଇଥିବାବେଳେ ୨ ଲକ୍ଷ ୮୧ ହଜାର ୬୬୭ ସକ୍ରିୟ ମାମଲା ରହିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୩୪୩କୁ ବୃଦ୍ଧି ପାଇଛି।