ରାଜଧାନୀରେ ୨୨୩ କରୋନାରେ ସଂକ୍ରମିତ, ସଂଖ୍ୟା ୧ଲକ୍ଷ ୬୦୭କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଜି ଆଉ ୨୨୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୬ଜଣ ଓ ସ୍ଥାନୀୟ ସଂକ୍ରମଣ ୧୭୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୦୭କୁ ବୃଦ୍ଧି ପାଇଛି। ଅନ୍ୟପଟେ ୧୬୪ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୦୭ ହୋଇଥିବାବେଳେ ୯୭ହଜାର ୧୫୪ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୮୩୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୫୯୫ଜଣ ଚିକିତ୍ସିତ ହେଉଛନ୍ତି।