ରାଜ୍ୟରେ ଦିନକରେ ଆଉ ୨୨୮୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସାମନ୍ୟ କମିଛି ଦୈନିକ କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରେ ୨୨୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୧୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୬୭ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି।

ସବୁଦିନ ଭଳି ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ହିଁ ସର୍ବାଧିକ ୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକରୁ ୨୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଅନ୍ୟପଟେ ବାଲେଶ୍ୱରରୁ ୧୪୬, ମୟୂରଭଞ୍ଜରୁ ୧୪୧, ପୁରୀରୁ ୧୨୭, ଯାଜପୁରରୁ ୧୧୧, ଅନୁଗୋଳରୁ ୬୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୭, ଭଦ୍ରକରୁ ୭୧, ବଲାଙ୍ଗିରରୁ ୯, ବୌଦ୍ଧରୁ ୧୦, ଦେବଗଡ଼ରୁ ୬, ଢେଙ୍କାନାଳରୁ ୫୫, ଗଜପତିରୁ ୮, ଗଞ୍ଜାମରୁ ୧୭, ଜଗତସିଂହପୁରରୁ ୭୩, ଝାରସୁଗୁଡ଼ାରୁ ୧୧, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୬୨, କେନ୍ଦୁଝରରୁ ୫୧, କୋରାପୁଟରୁ ୪୦, ମାଲକାନଗିରିରୁ ୩୨, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୮୩, ନୂଆପଡ଼ାରୁ ୨, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୧୮, ସୋନପୁରରୁ ୭ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬୭ ଜଣ ଚିହ୍ନଟ ହେବା ସହିତ ଷ୍ଟେଟ୍ ପୁଲରୁ ୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୯ ହଜାର ୭୫୨ରେ ପହଞ୍ଚିଛି।