ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୯ କରୋନା ରୋଗୀ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୨୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୨୯ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୯୬ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।

୨୪ ଘଣ୍ଟା ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ, ବଲାଙ୍ଗିର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୮ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟ ପୁଲରୁ ୨୮ଜଣ ରହିଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୩୧୭ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୫ ହଜାର ୨୬୨ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୨,୬୧୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୮୬ ଜଣଙ୍କର ମୃତ୍ୟୁ ହୋଇସାରିଛି।