ରାଜଧାନୀରେ ଉପରମୁହାଁ କରୋନା : ଆଜି ୨୩ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୨୧୯ରେ ପହଞ୍ଚିଥିବାବେଳେ ୩୧୮୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ୨୫୦ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୧୭ଟି ଆକ୍ଟିଭ କେଶ ରହିଛି।

ଅନ୍ୟପକ୍ଷରେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୨ଜଣ ସ୍ଥାନୀୟବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ସେହିଭଳି ରାଜଧାନୀରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ସୂଚନା ଦିଆଯାଇଛି।