ରାଜଧାନୀରେ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ : ୩୦ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୨୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮ଜଣ ଓ ସ୍ଥାନୀୟ ସଂକ୍ରମଣ ୧୫ଜଣ ରହିଛନ୍ତି। ଅନ୍ୟପଟେ ୩୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

 

ସୂଚନାଯୋଗ୍ୟ, ଆଜିର ୨୩ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪ ହୋଇଥିବାବେଳେ ୩୦ ହଜାର ୪୩୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୨୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୨୨ ଜଣ ଚିକିତ୍ସିତ ହେଉଛନ୍ତି।