ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୩୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୩୭ ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୦ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୯୯ ରହିଛି। ଅନ୍ୟପଟେ ରାଜ୍ୟରେ ଆଉ ୨ ଜଣ କରୋନା ରୋଗୀ ପ୍ରାଣ ହରାଇଥିବା ଜଣାପଡ଼ିଛି।
୨୪ ଘଣ୍ଟା ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୨୪ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୭ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୨୩ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଏବଂ ଷ୍ଟେଟପୁଲରୁ ୨୯ ଜଣ ରହିଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ରହିଛନ୍ତି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୭୯୮ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୫ ହଜାର ୯୬୭ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୨,୩୮୭ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ଏପର୍ଯ୍ୟନ୍ତ ୮୩୯୧ ଜଣଙ୍କର ମୃତ୍ୟୁ ହୋଇସାରିଛି।