ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୯, ଯାଜପୁରରୁ ୩ ଓ ବାଲେଶ୍ୱରରୁ ୨ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଜାରି କରିଛି। ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୨୦ରେ ପହଂଚିଛି।
ସୂଚନାନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଅ।।କ୍ରାନ୍ତଙ୍କ ସଂଖ୍ୟା ୮୨୮ ହୋଇଥିବାବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୨୦ ଜଣ ସୁସ୍ଥ ହୋଇଛନ୍ତି। ଆଉ ୬୦୪ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।