ମାଲକାନଗିରିରୁ ପୁଣି ୨୪ କରୋନା ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୯୬୭କୁ ବୃଦ୍ଧି

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ୨୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୬୭କୁ ବୃଦ୍ଧିି ପାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ମାଲକାନଗିରି ପୌର ପରିଷଦ ଅଞ୍ଚଳରୁ ୮, କୋରୁକୋଣ୍ଡାରୁ ୪, ମାଲକାନଗିରିରୁ ୫ ଓ କାଲିମେଳାରୁ ୭ ଜଣ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା ଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬୭ ହୋଇଥିବାବେଳେ ୬୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅନ୍ୟପଟେ ୨ଜଣଙ୍କର ମୃତ୍ୟୁ ଘଟିଛିି ଓ ୩୪୦ ଜଣ ଚିକିତ୍ସିତ ହେଉଛନ୍ତି।