ଦେଶରେ ୨୪୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଲାଣି ୭୭୫ ଜୀବନ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ ଲକ୍ ଡାଉନ୍ ସତ୍ତ୍ଵେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଏବେ କରୋନାସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏବେ ଦେଶରେ ୨୪ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।

ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଅନରୂପ ଭାବେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୪ ହଜାର ୫୦୬ ରେ ପହଂଚିଛି । ଏପର୍ୟ୍ୟନ୍ତ ଭାରତରେ ୭୭୫ ଜଣଙ୍କ ମୃତ୍ୟୁ ଘଟିଛି ।

ଦେଶରେ କରୋନା ସ୍ଥିତି ଧିରେ ଧିରେ ଅନିୟନ୍ତ୍ରିତ ହେବାରେ ଲାଗିଛି । ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୬୩ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮,୬୬୮ ସକ୍ରିୟ ଅଛନ୍ତି।ଏବେ ୧୮ ହଜାର ୬୬୮ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୧୪୨୯ ନୂଆ କରୋନା ଆକ୍ରାନ୍ତ । କରୋନା ସଂକ୍ରମଣରୁ ୫୭ ଜଣଙ୍କ ଜୀବନ ଗଲାଣି । ମହରାଷ୍ଟ୍ରରେ ସ୍ଥିତି ଧୀରେ ଧୀରେ ଅନିୟନ୍ତ୍ରିତ ହେବାରେ ଲାଗିଛି।

ଅନ୍ୟପଟେ ଓଡିଶାରେ ବର୍ତ୍ତମାନ ସୁଦ୍ଧା ଯେତିକି ଟେଷ୍ଟ କରାଯାଇଛି ଏଥିରେ ୯୪ ପଜିଟିଭ ଥିବା ବେଳେ ବାକି ସବୁ ନମୁନା ନେଗେଟିଭ ଆସିଛି ।

କରୋନା ମହାମାରୀକୁ ନେଇ ସାରା ବିଶ୍ୱ ଏବେ ସଙ୍କଟରେ ପଡ଼ିଛି । ବିଶ୍ୱର ପ୍ରାୟ ୨୧୦ରୁ ଅଧିକ ଦେଶକୁ ବ୍ୟାପିଥିବା ଏହି ମହାମାରୀ କରୋନା ଭୟଙ୍କର ରୂପ ନେଉଛି । କେନ୍ଦ୍ର ସରକାର କରୋନା ପାଇଁ ଅନେକ ସଚେତନତା ପାଇଁ ନିଆଯାଉଥିବା ପଦକ୍ଷେପ ସତ୍ୱେ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । କରୋନା ସଂକ୍ରମଣ ରୋକିବାକୁ ମାର୍ଚ୍ଚ ୨୪ ରୁ ସମ୍ପୂର୍ଣ୍ଣ ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ କରାଯାଇଥିଲା । ପୁଣି ଏହାକୁ ମେ ୩ଯାଏଁ ବୃଦ୍ଧି କରାଯାଇଛି।