ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୨୫ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୪୦୩ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୪, ଅନୁଗୁଳରୁ ଓ ଭୁବନେଶ୍ୱରରୁ ୩ ଲେଖାଏଁ, ରାୟଗଡ଼ା, ସୁନ୍ଦରଗଡ଼, ଗଞ୍ଜାମରୁ ୨ ଲେଖାଏଁ, ଖୋର୍ଦ୍ଧା, ବଲାଙ୍ଗିର, ବୌଦ୍ଧ, ବରଗଡ଼, ବାଲେଶ୍ୱର, କଟକ, ଢେଙ୍କାନାଳ, କେଉଁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।