ଭୁବନେଶ୍ୱରରେ ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ: ସୁସ୍ଥ ୯

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ୨୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧ଜଣ ଓ ସ୍ଥାନୀୟ ସଂକ୍ରମଣ ୧୪ଜଣ ରହିଛନ୍ତି। ଅନ୍ୟପଟେ ୯ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୨୧ ହୋଇଥିବାବେଳେ ୩୧ହଜାର ୮୯୩ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୫୭ଜଣ ଚିକିତ୍ସିତ ହେଉଛନ୍ତି।