ଝାରସୁଗଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଲଖନପୁର ବ୍ଲକରୁ ୧୩ଜଣ, ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୬ଜଣ, ବ୍ରଜରାଜନଗର ପୌରାଞ୍ଚଳରୁ ୨ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳ ଓ ଲଇକେରା ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୨ଜଣ ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।
ସୂଚନାଯୋଗ୍ୟ, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୯୫୫ରେ ପହଞ୍ଚିଥିବା ବେଳେ ୬,୭୬୮ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୨୦ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।