ରାଜ୍ୟରେ ଆଉ ୨୫୪୨ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ହ୍ରାସ ପାଉଛି କରୋନାର ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୧୪୫୮ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୮୪ଟି ଲୋକାଲ କେସ ରହିଛି। ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୬୦, ବାଲେଶ୍ୱରରୁ ୨୨୧, ବରଗଡ଼ରୁ ୧୭, ଭଦ୍ରକରୁ ୧୦୦, ବଲାଙ୍ଗିରରୁ ୨, ବୌଦ୍ଧରୁ ୭, ଖୋର୍ଦ୍ଧାରୁ ୪୨୪, ଦେଓଗଡ଼ରୁ ୭, ଢେଙ୍କାନାଳରୁ ୩୪, ଗଜପତିରୁ ୧୫, ଗଞ୍ଜାମରୁ ୧୩, ଜଗତସିଂହପୁରରୁ ୧୨୮, ଯାଜପୁରରୁ ୧୩୯, ଝାରସୁଗୁଡ଼ାରୁ ୨୪, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୯, କେନ୍ଦ୍ରାପଡ଼ାରୁ ୧୬୭, କେନ୍ଦୁଝରରୁ ୬୯, କୋରାପୁଟରୁ ୪୦, ମାଲକାନାଗିରିରୁ ୪୨, ମୟୂରଭଞ୍ଜରୁ ୧୨୪, ନବରଙ୍ଗପୁରରୁ ୧୨, ନୟାଗଡ଼ରୁ ୭୮, ନୂଆପଡ଼ାରୁ ୮, ପୁରୀରୁ ୧୫୦, ରାୟଗଡ଼ାରୁ ୩୭, ସମ୍ବଲପୁରରୁ ୨୮, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫୭, ଷ୍ଟେଟ ପୁଲରୁ ୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ରେ ପହଞ୍ଚିଛି। ସେଥିରୁ ୯ ଲକ୍ଷ ୨୮୨ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୨୭ ହଜାର ୫୮୦ ଜଣ ସକ୍ରିୟ ରୋଗୀ ରହିଛନ୍ତି।