ରାଜ୍ୟରେ ଆଉ ୨୬୦ କରୋନା ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ୍ୟୁ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୨୬୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୧୦୯ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୩୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ଅନ୍ୟପଟେ ରାଜ୍ୟରେ ଆଜି ଜଣେ କରୋନା ରୋଗୀର ମୃତ୍ୟୁ ହୋଇଛି।

ତେବେ ୨୬୦ଟି ନୂଆ କରୋନା କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୬୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୨୭ ହଜାର ୮୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି ୨ ହଜାର ୧୧୫ ଜଣ ଚିକିତ୍ସାଧୀନ ଥିବା ବେଳେ ୧,୮୯୧ ଜଣଙ୍କ ମୃତ୍ୟୁ ହୋଇଛି।