ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୬୦୪ ଜଣ କରୋନା ପଜିଟିଭ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଟ୍ୱିନସିଟିରେ କରୋନା ସଂକ୍ରମଣ କମିବାର ନାଁ ଧରୁନି। ଗତକାଲି କଟକରେ ସଂକ୍ରମଣ ସର୍ବାଧିକ ଥିଲା। ଆଜି ଖୋର୍ଦ୍ଧାରୁ ୫୦୦ ଟପିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୬୦୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତଙ୍କ ମଧ୍ୟରୁ ୧୪୯୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୧୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି। ଆଜି ଅନୁଗୁଳରୁ ୯୯, ବାଲେଶ୍ୱରରୁ ୧୬୪, ବରଗଡରୁ ୧୩, ଭଦ୍ରକରୁ ୯୫, ବଲାଙ୍ଗିରରୁ ୫, ବୌଦ୍ଧରୁ ୨୧, କଟକରୁ ୩୯୭, ଦେବଗଡରୁ ୫, ଢେଙ୍କାନାଳରୁ ୯୩, ଗଜପତିରୁ ୯, ଗଞ୍ଜାମରୁ ୮, ଜଗତସିଂହପୁରରୁ ୯୧, ଯାଜପୁରରୁ ୧୮୩, ଝାରସୁଗୁଡାରୁ ୨୬, କଳାହାଣ୍ଡିରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସେହିପରି କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୫୯, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୨୯, କୋରାପୁଟରୁ ୩୨, ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୪୧, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୨, ନୂଆପଡାରୁ ୫, ପୁରୀରୁ ୧୭୪, ରାୟଗଡାରୁ ୩୩, ସମ୍ବଲପୁରରୁ ୨୫, ସୋନପୁରରୁ ୧୭, ସୁନ୍ଦରଗଡରୁ ୬୪ ଓ ଷ୍ଟେଟପୁଲରୁ ୧୦୧ ଜଣ ସଂକ୍ରମିତ ରହିଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୯ ହଜାର ୭୮୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮ ଲକ୍ଷ ୯୭ ହଜାର ୩୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୮ ହଜାର ୦୧୫ଟି ସକ୍ରିୟ ମାମଲା ରହିଛି।