ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ ୨୬୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୪ଜଣ ଓ ସ୍ଥାନୀୟ ସଂକ୍ରମଣ ୧୮୭ଜଣ ରହିଛନ୍ତି। ଅନ୍ୟପଟେ ୨୨୩ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆଜିର ୨୬୧ ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୨ହଜାର ୭୫୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୯୮ହଜାର ୯୧୮ଜଣ ସୁସ୍ଥ ହୋଇଛନ୍ତି, ୯୫୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୮୫୩ଜଣ ଚିକିତ୍ସିତ ହେଉଛନ୍ତି।