ରାଜ୍ୟରେ ୨୪ ଘଣ୍ଟାରେ ୨୬୪ ନୂଆ ସଂକ୍ରମିତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସଂକ୍ରମଣ ମାମଲା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୦ ଜଣ ଲୋକାଲ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍ ବୟସର ୪୧ ଜଣ ରହିଛନ୍ତି। ସେହିପରି କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୪୯୨ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୭ ହଜାର ୬୦୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୪୨୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୦୬କୁ ବୃଦ୍ଧି ପାଇଛି।