ଭୁବନେଶ୍ୱର : ରାଜ୍ୟରେ ବଢି ଚାଲିଛି କରୋନା ରୋଗୀଙ୍କ ସଂଖ୍ୟା । ଦିନକୁ ଦିନ କରୋନା ତାର କାୟା ମେଲାଇବାରେ ଲାଗିଛି । କାହାକୁ ବି ଛାଡୁନି । କୁନି ପିଲା ଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ସମସ୍ତଙ୍କୁ ନିଜ ଜାଲରେ ପକାଉଛି । ପୁଣି ଚିନ୍ତା ବଢାଇଲା କରୋନା । ଆଜି ନିଶ୍ଚିନ୍ତକୋଇଲି ବ୍ଲକରୁ ୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ୨୬ ଜଣଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ୪ ଜଣ ହୋମ କ୍ୱାରେଣ୍ଟାଇନରେ ଥିଲେ ବୋଲି ସୂଚନା ମିଳିଛି । ଏ ନେଇ ବିଡିଓ କର୍ଣ୍ଣଦେବ ସମାଦ୍ଦାର ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଆଜି ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ସେଥିମଧ୍ୟରୁ ୧୦୭ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ଥିଲେ ଓ ଅନ୍ୟ ୫ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି ।