ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଯୋଗୁ ଆଉ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୪୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ପ୍ରାଣ ହରାଇଥିବା କରୋନା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧା ଓ କୋରାପୁଟରୁ ୪ ଲେଖାଏଁ, ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡିରୁ ୨, ବରଗଡ଼, ବଲାଙ୍ଗିର, ବୌଦ୍ଧ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।