ଝାରସୁଗୁଡା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡା ପୌରପରିଷଦ ଅଞ୍ଚଳରୁ ୩ ଜଣ, ବେଲପାହାଡ ପୌରାଞ୍ଚଳରୁ ଜଣେ, ବ୍ରଜରାଜନଗର ପୌରାଞ୍ଚଳରୁ ୫ ଜଣ, ଲଖନପୁର ବ୍ଲକରୁ ୩ ଜଣ, ଲଇକେରା ବ୍ଲକରୁ ୭ ଜଣ, କର୍ମିରା ବ୍ଲକ ଅଞ୍ଚଳରୁ ୩ ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ୬ ଜଣ ବ୍ୟକ୍ତି ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶ ଯୋଗ୍ୟ ଯେ, ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୭ ଶହ ୮୮ କୁ ପହଞ୍ଚିଥିବା ବେଳେ ୬ ହଜାର ୫ଶହ ୬୨ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୯ ଜଣଙ୍କ ଚିକିତ୍ସା ଜାରି ରହିଛି। ଅନ୍ୟପଟେ ଜିଲ୍ଲାରେ ୧୭ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।