ଭୁବନେଶ୍ୱରରେ ୨୭୫ ଆକ୍ରାନ୍ତ: ୧୮୮ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ ୨୭୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫୯ଜଣ ଓ ସ୍ଥାନୀୟ ସଂକ୍ରମଣ ୨୧୬ଜଣ ରହିଛନ୍ତି। ଅନ୍ୟପଟେ ୧୮୮ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୫ହଜାର ୨୭୫ ହୋଇଥିବାବେଳେ ୧ଲକ୍ଷ ୮୯୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୯୭୯ଜଣଙ୍କର ମୃତ୍ୟୁ ଘଟିଛି ଓ ୩୩୭୯ଜଣ ଚିକିତ୍ସିତ ହେଉଛନ୍ତି।