ଆଜି ରାଜ୍ୟରେ ଚାଲିଗଲା ସର୍ବାଧିକ ୨୮ ଜଣ କରୋନା ରୋଗୀଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କଟକଣା ସତ୍ତେ୍ୱ ମଧ୍ୟ ସଂକ୍ରମଣ ପିକରେ ରହିଥିବାବେଳେ ମୃତ୍ୟୁସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବଢୁଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।