ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୨୮୫୦ ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୨୮୫୦ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୪୧ ହଜାର ୩୮୫ରେ ପହଞ୍ଚିଛି। ଫଳରେ ରାଜ୍ୟରେ ମୋଟ ସୁସ୍ଥ ହାର ୯୧.୩୮ ପ୍ରତିଶତ ହୋଇଛି।

ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଷ୍ଟେଟ ପୁଲରୁ ୨୦୩ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୬୩, କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୁଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡ଼ାରୁ ୧୩୩ ଜଣ ରହିଛନ୍ତି। ସେହିପରି ବରଗଡ଼ରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ ୮୭, ସୁନ୍ଦରଗଡ଼ରୁ ୮୫, ମୟୂରଭଞ୍ଜରୁ ୮୨, ଜଗତସିଂହପୁରରୁ ୮୦, ସୋନପୁରରୁ ୮୦, ବଲାଙ୍ଗିରରୁ ୭୨, ଝାରସୁଗୁଡ଼ାରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି।

 

ସେହିପରି ରାଜ୍ୟରେ ଆଜି ସୁଦ୍ଧା ୨ ଲକ୍ଷ ୬୪ ହଜାର ୧୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିରୁ ବର୍ତ୍ତମାନ ୨୧ ହଜାର ୬୦୭ ଜଣ ଚିକିତ୍ସିତ ହେଉଛନ୍ତି।