୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୮୬ କରୋନା ସଂକ୍ରମିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୧୨୪୧ରେ ପହଞ୍ଚିଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୦ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୫୧ ହଜାର ୨୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨ ହଜାର ୧୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦ ଲକ୍ଷ ୪୦ ହଜାର ୬୨୦ ଜଣ ସୁସ୍ଥ ହୋଇଛନ୍ତି।