ଝାରସୁଗୁଡ଼ାରୁ ଆଉ ୨୯ ପଜିିଟିଭ ଚିହ୍ନଟ: ସଂଖ୍ୟା ୬,୫୩୮କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୨୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୧୨ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ଜଣେ, ଲଖନପୁର ବ୍ଲକରୁ ୭ ଜଣ, କୋଲାବିରା ବ୍ଲକ ଅଞ୍ଚଳରୁ ୬ଜଣ, କର୍ମିରା ବ୍ଲକ ଅଞ୍ଚଳରୁ ୨ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଜିଲ୍ଲାର ଆଉ ଜଣେ ବ୍ୟକ୍ତି ବାହାର ଜିଲ୍ଲାରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୫୩୮ ହୋଇଥିବାବେଳେ ୬,୩୫୧ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୧ ଜଣଙ୍କ ଚିକିତ୍ସା ଜାରି ରହିଛି। ସେହିପରି ଜିଲ୍ଲାରେ ୧୬ ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି।