ରାଜଧାନୀରେ ୨୯ ନୂଆ କରୋନାରେ ସଂକ୍ରମିତ: ୨୪ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୨୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪ଜଣ ଓ ସ୍ଥାନୀୟ ସଂକ୍ରମଣ ୧୫ଜଣ ରହିଛନ୍ତି। ଅନ୍ୟପଟେ ୨୪ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୨୯ ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୩୦୨କୁ ବୃଦ୍ଧି ପାଇଥିବାବେଳେ ୩୦ ହଜାର ୬୯୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୩୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୬୦ ଜଣ ଚିକିତ୍ସିତ ହେଉଛନ୍ତି।