ରାଜ୍ୟରେ ଦିନକରେ ୨୯୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୨୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି।

ଏହି ୨୯୭ ସଂକ୍ରମିତଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୮ ଜଣ, ଖୋର୍ଦ୍ଧାରୁ ୩୩ ଜଣ, ନୂଆପଡ଼ାରୁ ୩୧ ଜଣ ଚିହ୍ନଟ ହୋଇଛନ୍ତି।

ଏଥିସହିତ ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ରେ ପହଞ୍ଚିଛି। ସେଥିରୁ ରାଜ୍ୟରେ ବର୍ତ୍ତମାନ ୨୦୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ୩ ଲକ୍ଷ ୩୬ ହଜାର ୯୩୦ ଜଣ ସୁସ୍ଥ ହୋଇସାରିଛନ୍ତି।