ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ୨୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୧୩୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୪୮୦୩ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୫୫୮୪୬୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି।