ଦେଶରେ ୩.୧୧ ଲକ୍ଷ ନୂଆ କରୋନା ମାମଲା ଚିହ୍ନଟ; ଦିନକରେ ୪,୦୭୭ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଭୟଙ୍କର ହେବାରେ ଲାଗିଛି କରୋନାର ଦ୍ୱିତୀୟ ଲହର। ଦେଶରେ ଦୈନିକ ସଂକ୍ରମଣ ପ୍ରତିଦିନ ରେକର୍ଡ ଭାଙ୍ଗୁଥିବା ବେଳେ ଏବେ ଏହା ସାମାନ୍ୟ ହ୍ରାସ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୧୧ ହଜାର ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୪୬ ଲକ୍ଷ ୮୪ ହଜାର ୭୭ରେ ପହଞ୍ଚିଛି।

ସଂକ୍ରମିତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୭୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୦ ହଜାର ୨୮୪ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୬୨ ହଜାର ୪୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୬ ଲକ୍ଷ ୧୮ ହଜାର ୪୫୮ ଜଣ ସକ୍ରିୟ ରୋଗୀ ରହିଛନ୍ତି। ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।