ରାଜ୍ୟରେ ଆଉ ୩ କୋଭିଡ ସଂକ୍ରମିତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣ ହାନି ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୦୧ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।