ଟ୍ରକକୁ ଧକ୍କା ଦେଲା କାର: ଚାଲିଗଲା ୩ ଜୀବନ

ଯାଜପୁର,ଏନ୍ଏନ୍ଏସ୍: ଯାଜପୁର ରଥିଆ ଛକ ସ୍ଥିତ ୧୬ ନମ୍ବର ଜାତୀୟ ରାଜପଥରେ ଆଜି ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଏକ କାର (ଡବ୍ଲୁବି-୩୨ଏଲ୍-୦୭୫୨) ରେ ୫ ଜଣ ପଶ୍ଚିମବଙ୍ଗ ଯାଉଥିଲେ। ଏହି ସମୟରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକକୁ କାରଟି ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ ୩ ଜଣଙ୍କୁ ଆମ୍ବୁଲାନ୍ସରେ ମେଡ଼ିକାଲ ନେଉଥିବା ବେଳେ ବାଟରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେହିପରି ଅନ୍ୟ ୨ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।