Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ : କଟକକୁ ଫେରିଲା କରୋନା – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ : କଟକକୁ ଫେରିଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ଜଣ ବାଲେଶ୍ୱର ଓ ଜଣେ କଟକର ବୋଲି ଏ ନେଇ ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି ପାଇଛି। ବର୍ତ୍ତମାନ ବାଲେଶ୍ୱର ଅଂଚଳରୁ ୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ୫୦ବର୍ଷୀୟ ମହିଳା ଅନ୍ୟ ଜଣେ ୨୬ବର୍ଷୀୟ ଯୁବକ। ଏହି ଦୁଇଜଣ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ଛୁଇଁଛି। ସେଥିମଧ୍ୟରୁ ୪ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୧୯ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି କଟକ ତିଗିରିଆ ଅଂଚଳର ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ୩୪ବର୍ଷୀୟ ପୁରୁଷ ଯିଏକି ସୁରଟ ଫେରନ୍ତା ବୋଲି ସୂଚନା ମିଳିଛି। କଟକରେ ପୂର୍ବରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଥିବାବେଳେ ଜିଲ୍ଲାକୁ ଗ୍ରୀନ୍ ଜୋନ ଘୋଷଣା କରାଯାଇଥିଲା। ହେଲେ ଆଜିର ଜଣେ ପଜିଟିଭ୍ ଚିହ୍ନଟ ହେବା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ପ୍ରଶାସନ ପକ୍ଷରୁ କ’ଣ ନିଷ୍ପତି ନିଆଯାଉଛି ଦେଖିବାକୁ ବାକି ରହିଲା।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩କୁ ବୃଦ୍ଧି ପାଇଥିବାବେଳେ ସେଥିମଧ୍ୟରୁ ୬୦ଜଣ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୧୨ ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।