ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍ ଚିହ୍ନଟ। ଏହି ତିନିଜଣଙ୍କ ମଧ୍ୟରୁ ଜଗତସିଂହପୁର ୭୦ବର୍ଷର ପୁରୁଷ ସେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବାଲେଶ୍ୱର ଜିଲ୍ଲାର ୁ ୨ଜଣ ପୁରୁଷ ୨୯,୨୬ବର୍ଷ ବୋଲି ଜଣାପଡ଼ିଛି। ଏହି ଦୁଇଜଣ ସୁରଟ୍ ଫେରନ୍ତା ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜଗତସିଂହପୁର ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି ଓ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ବାଲେଶ୍ୱର ଜିଲ୍ଲାରେ ୫ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୨୨ ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଆଜି ସକାଳେ ରାଜ୍ୟରେ ସର୍ବାଧକ ୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେଥିମଧ୍ୟରୁ ଗଞ୍ଜାମରୁ ୧୭ଜଣ ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ । ପରେ ପୁଣି ଜଣେ ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିଲେ। ନୂଆ ଜିଲ୍ଲା ଭାବେ ଆଜି ଏକାବେଳେ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟ ପାଇଁ ମଧ୍ୟ ଖୁସି କବର ଆସିଥିଲା। ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସୂଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୨ଜଣ ସୁସ୍ଥ ହୋଇଛନ୍ତି। ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୪୫ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି।