ରାଜଧାନୀରେ ୩ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଉ ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩ଜଣ ଯାକ କ୍ୱାରେଣ୍ଟାଇନରୁ ହୋଇଥିବା ଜଣାପଡ଼ିଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଖଣ୍ଡଗିରି, ବୋମିଖାଲ ଓ ଡୁମଡୁମାରୁ ଜଣେ ଲେଖାଏଁ ରହିଛନ୍ତି। ଅନ୍ୟପଟେ ୧୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ଆଜିର ୩ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୧ ହଜାର ୫୦୦ଜଣ ସୁସ୍ଥ ହୋଇଛନ୍ତି, ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୫୭ ଜଣ ଚିକିତ୍ସିତ ହେଉଛନ୍ତି।