ଭୁବନେଶ୍ୱରରେ ୩ ନୂଆ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ୩୨ ହଜାର ୫୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ରାମେଶ୍ୱର ପାଟନା, ପଟିଆ ଓ ପ୍ରଶାନ୍ତି ବିହାରରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୫କୁ ବୃଦ୍ଧି ପାଇଛି। ଅନ୍ୟପଟେ ୪ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୫୫ ହୋଇଥିବାବେଳେ ୩୧ହଜାର ୭୧୪ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୪୯ଜଣଙ୍କର ମୃତ୍ୟୁ ଘଟିଛି ଓ ୭୧ଜଣ ଚିକିତ୍ସିତ ହେଉଛନ୍ତି।