ରାଜଧାନୀରୁ ୩ କରୋନା ଆକ୍ରାନ୍ତ: ସଂଖ୍ୟା ୩୨ହଜାର ୪୬କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଜି ଆଉ ୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨ଜଣ ଓ ସ୍ଥାନୀୟ ସଂକ୍ରମଣ ଜଣେ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୪୬କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୪୬ ହୋଇଥିବାବେଳେ ୩୧ହଜାର ୬୯୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୯ଜଣଙ୍କର ମୃତ୍ୟୁ ଘଟିଛି ଓ ୮୫ଜଣ ଚିକିତ୍ସିତ ହେଉଛନ୍ତି।