ଦୁର୍ଘଟଣା ପୀଡ଼ିତଙ୍କୁ ସାହାଯ୍ୟ କରିଥିବା ୩ଜଣଙ୍କୁ ମିଳିଲା ୨ହଜାର ଟଙ୍କାର ପ୍ରୋତ୍ସାହନ ରାଶି

ନବରଙ୍ଗପୁର,ଏନ୍‌ଏନ୍‌ଏସ୍‌: ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ଯୋଗଦେଇ ଦୁର୍ଘଟଣାରେ ପୀଡ଼ିତଙ୍କୁ ସାହଯ୍ୟ କରିଥିବା ୩ଜଣଙ୍କୁ ସରକାରଙ୍କ ପକ୍ଷରୁ ୨ ହଜାର ଟଙ୍କା ପ୍ରୋତ୍ସାହନ ରାଶି ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଭାରପ୍ରାପ୍ତ ଆରଟିଓ ବିନୟ କୁମାର ପଲ, ଜୁନିଅର ଏମଭିଆଇ ଉପେନ୍ଦ୍ର ପୁସିକା ଓ ଟିଏସଆଇ ଅବିନାଶ ବାଲ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଳ ଧନ୍ୟବାଦ ଦେଇଥିଲେ।