ସୋପୋର ଏନକାଉଣ୍ଟରେ ସୁରକ୍ଷାବାହନୀକୁ ବଡ଼ ସଫଳତା; ୩ ଆତଙ୍କବାଦୀ ନିହତ

ଶ୍ରୀନଗର,ଏଜେନ୍ସି: ଜାମ୍ମୁ କାଶ୍ମୀରର ବାରମୂଳା ଜିଲ୍ଲାର ସୋପୋର ଅଞ୍ଚଳରେ ରବିବାରକୁ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ସୁରକ୍ଷା ବାହିନୀ ଏଠାରେ ଆତଙ୍କବାଦୀଙ୍କ ବିରୋଧରେ ଏନକାଉଣ୍ଟର କରିଛି। ରାତିସାରା ଜାରି ଥିବା ଏହି ଏନକାଉଣ୍ଟରରେ ଲସ୍କର-ଏ-ତଇବା ଆତଙ୍କବାଦୀ ସଂଗଠନର କୁଖ୍ୟାତ ଆତଙ୍କବାଦୀ ମୁଦାସିର ପଣ୍ଡିତଙ୍କ ସମେତ ମୋଟ ୩ ଜଣ ନିହତ ହୋଇଛନ୍ତି।

କାଶ୍ମୀର ଆଇଜି ବିଜୟ କୁମାର ଗଣମାଧ୍ୟମକୁ ସୂଚନା ଅନୁସାରେ ନିକଟରେ ଆତଙ୍କବାଦୀଙ୍କ ଗୁଳିରେ ୩ ଜଣ ପୁଲିସ କର୍ମଚାରୀ, ୨ ଜଣ କାଉନସିଲର ଓ ୨ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା। ଏହି ହତ୍ୟାକାଣ୍ଡରେ ସାମିଲ ଲସ୍କର-ଏ-ତଇବାର ଶୀର୍ଷ ଆତଙ୍କବାଦୀ ମୁଦାସିର ପଣ୍ଡିତ ସୋପୋରରେ ନିହତ ହୋଇଛି। ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନର ମୋଟ ୩ ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ଏଥିସହ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।