ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୩୦ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୨୦, କେନ୍ଦ୍ରାପଡ଼ାରୁ ୫, ବାଲେଶ୍ୱର ଓ ଭଦ୍ରକରୁ ୨ଜଣ ଲେଖାଏଁ ଓ ନୟାଗଡ଼ରୁ ଜଣେ ରହିଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୦୭ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଜି ସକାଳୁ ୧୦୨ ନୂଆ କରୋନା ପଜିଟିଭ ଚିହ୍ନଟ ହେବାସହ ଜଣଙ୍କର ମୃତ୍ୟୁ ଘଟିଥିଲା। ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ ହୋଇଥିବାବେଳେ ୩୦୭ଜଣ ସୁସ୍ଥ ହୋଇଛନ୍ତି ଓ ୫ଜଣଙ୍କର ମୃତ୍ୟୁ ଘଟିଛି।