ଭୁବନେଶ୍ୱରରେ ୩୦୧ ନୂଆ କରୋନା ପଜିଟିଭ : ୩୯୨ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୦୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮୩ଜଣ ଓ ସ୍ଥାନୀୟ ସଂକ୍ରମଣ ୨୧୮ଜଣ ରହିଛନ୍ତି। ଅନ୍ୟପଟେ ୩୯୨ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୫୪୪କୁ ବୃଦ୍ଧି ପାଇଥିବାବେଳେ ୧୫ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ୭୩ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୭୧୧ ଜଣ ଚିକିତ୍ସିତ ହେଉଛନ୍ତି।